Odisha Link
Bridging the Missing Links in Odisha

ରଥଯାତ୍ରା ସମୟରେ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା, ଏଥର ଗଡ଼ିବ ୩୧୫ଟି ସ୍ପେଶାଲ ଟ୍ରେନ୍‌

ଓଏଲ୍‌ ବ୍ୟୁରୋ: ଜୁଲାଇ ୭ ତାରିଖରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍‌ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ ହୋଇଥିବା ନୀତିକାନ୍ତି ଭଳି ଚଳିତ ବର୍ଷର ରଥଯାତ୍ରା ନୀତିକାନ୍ତି କରାଯିବ। ଏନେଇ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଚଳିତବର୍ଷ ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍‌। ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି। ରଥଯାତ୍ରା ପାଇଁ ୩୧୫ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ, ଯାହା ରାଜ୍ୟର ସବୁ ଅଞ୍ଚଳକୁ ପହଞ୍ଚିବାକୁ ଲଖ୍ୟ ରଖାଯାଇଛି। ଏହା ସହ ରଥଯାତ୍ରା ସମୟରେ ୧୫ ହଜାର ଯାତ୍ରୀ ରହିଲା ଭଳି ଟେଣ୍ଟ ଲଗାଯିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.