Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ

ଓଏଲ୍‌ ବ୍ୟୁରୋ: ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍ ଶ୍ରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ନୂଆ ନିଯୁକ୍ତି ନେଇ ରବିବାର ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି।

Leave A Reply

Your email address will not be published.