ବଡ଼ଦାଣ୍ଡରେ ବ୍ୟବସାୟ ନୁହେଁ, ଜନସେବା ପାଇଁ ଷ୍ଟଲ୍ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଓଏଲ୍ ବ୍ୟୁରୋ: ଆଉ ଦିନ କେଇଟା ପରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସବୁଠୁ ବଡ଼ କଥା ହେଲା ଚଳିତବର୍ଷ ୧୫ ଦିନ ବଦଳରେ ୧୩ ଦିନ ଅଣସର ନୀତି ଅନୁଷ୍ଠିତ ହେବ। ଅର୍ଥାତ୍ ୫୩ ବର୍ଷ ପରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବ। ୧୯୭୧ ମସିହାରେ ହୋଇଥିବା ନୀତିକାନ୍ତି ଭଳି ଚଳିତ ବର୍ଷର ରଥଯାତ୍ରା ନୀତିକାନ୍ତି କରାଯିବ। ଏନେଇ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ପାଇଁ ଚଳଚଂଚଳ ରଥଖଳା। ଦ୍ରୁତଗତିରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ।
ଅନ୍ୟପଟେ, ରଥଯାତ୍ରାରେ ବଡ଼ଦାଣ୍ଡରେ ଷ୍ଟଲ ପ୍ରସଙ୍ଗରେ ସର୍ତ୍ତମୂଳକ ଅନୁମତି ଦେଇଚାହଁନ୍ତି ହାଇକୋର୍ଟ। ବଡ଼ଦାଣ୍ଡରେ ରଥଯାତ୍ରା ସମୟରେ ବ୍ୟବସାୟ ନୁହେଁ, ଜନସେବା ପାଇଁ ଷ୍ଟଲ୍ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟପାଠ କଡ଼ାକଡ଼ି ପାଳନ କରିବାକୁ ମ୍ୟୁନିସିପାଲଟିକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏନେଇ ପୁରୀ ମ୍ୟୁନିସିପାଲଟି ସତ୍ୟପାଠ ଦାଖଲ କରିଥିଲା।