Odisha Link
Bridging the Missing Links in Odisha

ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, ବରଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ

ଓଏଲ୍‌ ବ୍ୟୁରୋ: ବଦଳିଛି ପାଗ ଆଉ ତାତିରୁ ମିଳିଛି ତ୍ରାହି। ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବରଗଡ଼ରେ ସର୍ବାଧିକ ୭୬.୨ ବର୍ଷା ରେକର୍ଡ କରାଯାଇଛି। ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.