ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ବ ଦିଆଯିବ। ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ।
ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ। ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ କମିଶନ ଗଠନ ହେବ। ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ। ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ। ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ବରାନ୍ବିତ ହେବ। ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ବ ଦେବାକୁ ସଂକଳ୍ପବଦ୍ଧ।
ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନକୁ ପାଛୋଟି ନେବାକୁ ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ।