ଝାଡ଼ଖଣ୍ଡ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି; ଶପଥ ନେଲେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ

ଓଏଲ୍ ବ୍ୟୁରୋ: ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ। ସେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଥିଲେ। ବର୍ତ୍ତମାନ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ ଦିଆଯାଇଛି। ଅକ୍ଟୋବର ୪ ତାରିଖରେ ସେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ବର୍ତ୍ତମାନ ସେ ଝାଡ଼ଖଣ୍ଡ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ।
ସୂଚନା ଅନୁସାରେ, ଗତ ଅକ୍ଟୋବର ୪ ତାରିଖରେ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଆଇନ ମନ୍ତ୍ରାଳୟ ଜଷ୍ଟିସ ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଜୁଲାଇ ୨୦ ତାରିଖରେ କାର୍ଯ୍ୟରୁ ଅବସର ନେବେ।