Odisha Link
Bridging the Missing Links in Odisha

ପରଲୋକରେ ସୁରେନ୍ଦ୍ରନାଥ ନାୟକ, ଶ୍ରଦ୍ଧାସୁମନ ଅର୍ପଣ କଲେ ନବୀନ ପଟ୍ଟନାୟକ

ଓଏଲ୍‌ ବ୍ୟୁରୋ: ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ରନାଥ। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ସେ ଘନିଷ୍ଠ ସହଯୋଗୀ ଥିଲେ। ଏମିତିକି କାକଟପୁରରୁ ୭ ଥରର ବିଧାୟକ ହୋଇଥିଲେ।

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିବା ସହ ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା ସହ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁରେ ସବୁଠି ଶୋକ ପ୍ରକାଶ ପାଇଛି। ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ ପରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

Leave A Reply

Your email address will not be published.