Odisha Link
Bridging the Missing Links in Odisha

୪ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ, ରଥଯାତ୍ରାରେ ହେବେ ସାମିଲ

ଓଏଲ୍‌ ବ୍ୟୁରୋ: ୪ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି ବିଶ୍ବପ୍ରସିଦ୍ଧ ରଥଯାତ୍ରାରେ ହେବେ ସାମିଲ। ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଁଞ୍ଚିବେ। ବିମାନ ବନ୍ଦରରୁ ସିଧାସଳଖ ଯିବେ ଜୟଦେବ ଭବନ। ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ।

ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ରଥଯାତ୍ରାରେ ସେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ପରେ ୮ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବେ। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ।

ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି।୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.