ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଶେଷ, ୧୪ରେ ରତ୍ନଭଣ୍ଡାର ଖୋଲିବାକୁ ପ୍ରସ୍ତାବ
ଓଏଲ୍ ବ୍ୟୁରୋ: ରତ୍ନଭଣ୍ଡାର ଯାଞ୍ଚ କମିଟିର ଦ୍ବିତୀୟ ବୈଠକ ଶେଷ ହୋଇଛି। ବହୁ ଅପେକ୍ଷାର ଅନ୍ତ ଘଟାଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତା ଜୁଲାଇ ୧୪ରେ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ବଢିଛି। ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି।