Odisha Link
Bridging the Missing Links in Odisha

ଆଡ଼ପ ପହଣ୍ଡି ଅଘଟଣ: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ

ଓଏଲ୍‌ ବ୍ୟୁରୋ: ଗତକାଲି ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା। ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଚାରରେ ଖସି ପଡ଼ିଥିଲେ ବଡ଼ ଠାକୁର ବଳଭଦ୍ର। ତାଳଧ୍ୱଜ ରଥରୁ ସେବାୟତମାନେ ବଡ଼ ଠାକୁରଙ୍କୁ ପହଣ୍ଡି କରି ଚାରମାଳ ଦେଇ ଆଣୁଥିବା ବେଳେ ହଠାତ୍ ଚାରମାଳ ଉପରେ ଖସି ପଡ଼ିଥିଲେ। ଏହି ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି।

ପହଣ୍ଡି ଅଘଟଣ ନେଇ ପରିଚାଳନା କମିଟିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମିଟିଂ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି। ଜଣେ ଏଡିଏମ୍‌, ଉନ୍ନୟନ ପ୍ରଶାସକ ଓ ଜଣେ ଡିଏସ୍‌ପି ରହିବେ। ଭିଡିଓ ଫୁଟେଜ୍‌ ସହ ସମସ୍ତ ଦିଗକୁ ଦେଖି ତଦନ୍ତ କରି ରିପୋର୍ଟ ଦେବେ। ନୀଳାଦ୍ରି ବିଜେର ୧୦ ଦିନ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବ।

ସୂଚନା ଅନୁସାରେ, ଗତକାଲି ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା। ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଚାରରେ ଖସି ପଡ଼ିଥିଲେ ବଡ଼ ଠାକୁର ବଳଭଦ୍ର। ତାଳଧ୍ୱଜ ରଥରୁ ସେବାୟତମାନେ ବଡ଼ ଠାକୁରଙ୍କୁ ପହଣ୍ଡି କରି ଚାରମାଳ ଦେଇ ଆଣୁଥିବା ବେଳେ ହଠାତ୍ ଚାରମାଳ ଉପରେ ଖସି ପଡ଼ିଥିଲେ। ଯେଉଁଥିରେ ୭ରୁ ଅଧିକ ସେବାୟତ ଆହତ ମଧ୍ୟ ହୋଇଛନ୍ତି।

Leave A Reply

Your email address will not be published.