Odisha Link
Bridging the Missing Links in Odisha

ଘୋଷଣା କରିଥିଲେ ନବୀନ, ମୋହର ମାରିଲେ ମୋହନ

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ବୈଠକରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି। ଏହି ବୈଠକରେ ଅଧ୍ୟକ୍ଷତା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ସରକାର ବଜେଟ୍ ଆଗତ କରିବା ପୂର୍ବରୁ ଏହି ବୈଠକ ବସିଥିଲା। ତେଣୁ ଅନେକ ପ୍ରସଙ୍ଗ ଉପରେ କ୍ୟାବିନେଟ୍ ମୋହର ବାଜିବାର ସମ୍ଭାବନା ଥିବାବେଳେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି। ଏହି ବୈଠକରେ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି କରାଯାଇଛି। ଅଣକୁଶଳୀ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିଲା। କୁଶଳୀ ମଜୁରୀ ୩୯୨ରୁ ୫୦୦, ଉଚ୍ଚ କୁଶଳୀ ୫୦୨ରୁ ୬୦୦କୁ ବୃଦ୍ଧି କରାଯାଇଛି।

ସୂଚନା ଅନୁସାରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାର୍ଚ୍ଚ ମାସରେ ବଡ଼ ଘୋଷଣା କରିଥିଲେ। ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଥିଲେ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ବୃଦ୍ଧି ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାର୍ଚ୍ଚ ମାସରେ ଘୋଷଣା କରିଥିଲେ। ତେବେ ନବୀନ ପଟ୍ଟନାୟକଙ୍କ ଏହି ଘୋଷଣାରେ ଆଜି କ୍ୟାବିନେଟ ମୋହର ବାଜିଛି।

Leave A Reply

Your email address will not be published.