Odisha Link
Bridging the Missing Links in Odisha

କ୍ୟାବିନେଟ୍ ନିଷ୍ପତି: ପିଏମ୍‌ କିଷାନରେ ସାମିଲ ହେବେ ଆହୁରି ୬ ଲକ୍ଷ ଚାଷୀ

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ବୈଠକରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି। ଏହି ବୈଠକରେ ଅଧ୍ୟକ୍ଷତା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ସରକାର ବଜେଟ୍ ଆଗତ କରିବା ପୂର୍ବରୁ ଏହି ବୈଠକ ବସିଥିଲା। ତେଣୁ ଅନେକ ପ୍ରସଙ୍ଗ ଉପରେ କ୍ୟାବିନେଟ୍ ମୋହର ବାଜିବାର ସମ୍ଭାବନା ଥିବାବେଳେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଶପଥ ନେବା ପରେ ପ୍ରଥମ ଦିନରେ କ୍ୟାବିନେଟ୍ ବୈଠକ ବସିଥିଲା। ତେବେ ଆଜି ଏହା ଦ୍ୱିତୀୟ ବୈଠକ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି କରାଯାଇଛି।

ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଂଜୁରୀ ପ୍ରଦାନ କରାଯାଇଛି। ଅଣକୁଶଳୀ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିଲା। କୁଶଳୀ ମଜୁରୀ ୩୯୨ରୁ ୫୦୦, ଉଚ୍ଚ କୁଶଳୀ ୫୦୨ରୁ ୬୦୦କୁ ବୃଦ୍ଧି କରାଯାଇଛି। ଏହା ସହ ଓଡ଼ିଆ ଅସ୍ମିତା ପାଇଁ ୨ଶହ କୋଟିର କର୍ପସ ପାଣ୍ଠିକୁ ମଂଜୁରୀ ପ୍ରଦାନ କରାଯାଇଛି। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଛି। ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ୟୁନିଭର୍ସିଟିରେ ଓଡ଼ିଆ ଚେୟାର ପ୍ରତିଷ୍ଠା, ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପ୍ରଚେଷ୍ଟା କରାଯିବା ପାଇଁ ମଞ୍ଜୁରୀ ପ୍ରଦାନ କରାଯାଇଛି।

ସେହିଭଳି ପିଏମ୍ କିଷାନରେ ଆଉ ପ୍ରାୟ ୬ ଲକ୍ଷ ଚାଷୀ ସାମିଲ ହେବେ। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀଙ୍କୁ ସାମିଲ କରାଯିବ। ବାଦ୍‌ ପଡ଼ିଥିବା ଚାଷୀଙ୍କୁ ସାମିଲ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.