Odisha Link
Bridging the Missing Links in Odisha

ରଥରେ ଅଘଟଣ: ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ

ଓଏଲ୍‌ ବ୍ୟୁରୋ: ଗତକାଲି ମହାପ୍ରଭୁଙ୍କ ଆଡ଼ପ ପହଣ୍ଡି ବେଳେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଥିଲା। ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଚାରରେ ଖସି ପଡ଼ିଥିଲେ ବଡ଼ ଠାକୁର ବଳଭଦ୍ର। ତାଳଧ୍ୱଜ ରଥରୁ ସେବାୟତମାନେ ବଡ଼ ଠାକୁରଙ୍କୁ ପହଣ୍ଡି କରି ଚାରମାଳ ଦେଇ ଆଣୁଥିବା ବେଳେ ହଠାତ୍ ଚାରମାଳ ଉପରେ ଖସି ପଡ଼ିଥିଲେ। ଯେଉଁଥିରେ ୭ରୁ ଅଧିକ ସେବାୟତ ଆହତ ମଧ୍ୟ ହୋଇଛନ୍ତି। ଏହି ଘଟଣାକୁ ନେଇ ଆଇନ ମନ୍ତ୍ରୀ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦିଆଯାଇଛି। ରଥରେ କୌଣସି ଅଣସେବାୟତ ଥିବା ଅଭିଯୋଗ ହୋଇନି । ଏହା ଲୀଳାମୟଙ୍କ ଲୀଳା ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ଏହା ସହ ଆଗରୁ ଆହୁରି ଶୃଙ୍ଖଳିତ ରଥଯାତ୍ରା ପାଇଁ ବ୍ୟବସ୍ତା କରାଯିବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.