ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସତର୍କବାଣୀ, ରଥରେ ନିୟମ ଭାଙ୍ଗିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
ଓଏଲ୍ ବ୍ୟୁରୋ: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହୋଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢ଼ୀ। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏବେ ସେ କୃଷି ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ଏହି ଦାୟିତ୍ବ ସହ ସେ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଭାବେ ମଧ୍ଯ କାମ କରିବେ। ଅରବିନ୍ଦ ପୂର୍ବରୁ ୨୦୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ।
ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଦାୟିତ୍ୱ ଗ୍ରହଣ କରିବା ପରେ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ବ ଦିଆଯିବ। ଅଣସେବାୟତ ରଥ ଉପରେ ମୋବାଇଲ୍ ନେଉଥିବା ପରିଲକ୍ଷିତ ହେଉଛି। ଏଭଳି ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ। ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ଆମ ସଂସ୍କୃତିର ପ୍ରଚାର ପ୍ରସାର ପରିବର୍ତ୍ତେ ଯେପରି କୌଣସି ନିନ୍ଦା ଆଣିବେନି। ଏଥିପାଇଁ ସେବକମାନଙ୍କ ସହଯୋଗ କାମନା କରୁଛୁ। ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ଠାକୁରଙ୍କ ପାଖରେ କ୍ଷମା ମାଗୁଛୁ ବୋଲି ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।