ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ, ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା କରାଯାଇଛି। ଏନେଇ ପାଣିପାଗ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟାରେ ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବାଲେଶ୍ବର, ମୟୂରଭଂଜ, କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।