ରାଜସ୍ୱ ମନ୍ତ୍ରୀଙ୍କ ଚେତାବନୀ, ଜବରଦଖଲ କୋଠାରେ ବୁଲିବ ବୁଲଡୋଜର
ଓଏଲ୍ ବ୍ୟୁରୋ: ରାଜ୍ୟରେ ଜମି ଜବରଦଖଲ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି। ଏହି ଘଟଣାକୁ ନେଇ ରାଜସ୍ୱ ମନ୍ତ୍ରୀ ଚେତାବନୀ ଦେଇଛନ୍ତି। ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲଡୋଜର ବୁଲିବ ବୋଲି କହିଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ। ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା, ଏବେ ବଡ଼ ବଡ଼ିଆଙ୍କ ଭଙ୍ଗାହେବ। ୪ ଡିସିମିଲ୍ ଜାଗାରେ କୁଡ଼ିଆ କରି ରହୁଥିବା ଗରିବ ଜବରଦଖଲକାରୀ ନୁହଁ। ଅଧିକ ଜାଗା ଜବରଦଖଲ କରି ଅଟ୍ଟାଳିକା ନିର୍ମାଣ କରିଥିଲେ ଭଙ୍ଗାଯିବ ବୋଲି ସେ କହିଛନ୍ତି।