ପୁରୀରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ, ସାମିଲ ହେଲେ ଜେପି ନଡ୍ଡା
ଓଏଲ୍ ବ୍ୟୁରୋ: ଆସନ୍ତା ୨୨ ତାରିଖରୁ ଆରମ୍ଭ ହେଉଛି ସଂସଦର ଅଧିବେଶନ। ଏଥିରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯିବ। ଏହା ପୂର୍ବରୁ ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି। ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି।
ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେଉଛି। କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସିଛି କାର୍ଯ୍ୟକାରିଣ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।