ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ, ଅଭିଭାଷଣ ରଖିଲେ ରାଜ୍ୟପାଳ

ଓଏଲ୍ ବ୍ୟୁରୋ: ଆଜିଠାରୁ (ସୋମବାର) ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ରଖିଥିବାବେଳେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଏହା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ନେଇ ଅଭିଭାଷଣ ରଖିଛନ୍ତି ।