Odisha Link
Bridging the Missing Links in Odisha

ଆଜିଠୁ ବିଧାନସଭା ଅଧିବେଶନ, ପ୍ରଥମଥର ବିରୋଧୀ ଆସନରେ ବସିବ ବିଜେଡି

ଓଏଲ୍‌ ବ୍ୟୁରୋ: ଆଜିଠାରୁ (ସୋମବାର) ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହେବ।

ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଓ ଆଲୋଚନା ଚାଲିବ। ୨୩ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବ ଓ ୨୪ ତାରିଖରେ ଭୋଟ ଗ୍ରହଣ କରାଯିବ। ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ ଦୁଇଟି ପର୍ୟ୍ୟାୟରେ ସେପ୍ଟେମ୍ବର ୧୩ ଯାଏଁ ଚାଲିବ। ତେଣୁ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିବା ଆଶା କରାଯାଉଛି।

Leave A Reply

Your email address will not be published.