Odisha Link
Bridging the Missing Links in Odisha

ନୂତନ ଆୟକର ସ୍ଲାବରେ ପରିବର୍ତ୍ତନ, ଜାଣନ୍ତୁ ଏଣିକି କେତେ ଦେବାକୁ ପଡ଼ିବ ଟ୍ୟାକ୍ସ

ଓଏଲ୍ ବ୍ୟୁରୋ: ଆଜି ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସପ୍ତମ ଥର ପାଇଁ ଆଜି ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ। ନୂତନ ଆୟକର ସ୍ଲାବରେ ପରିବର୍ତ୍ତନ କରାଯାଇଛି। ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ନାହିଁ ଟ୍ୟାକ୍ସ। ୩ ଲକ୍ଷରୁ ୭ ଲକ୍ଷ ଟଙ୍କା ଆୟରେ ୫ ପ୍ରତିଶତ ଟ୍ୟାକ୍ସ। ୭ରୁ ୧୦ ଲକ୍ଷ ଆୟରେ ୧୦ ପ୍ରତିଶତ ଟ୍ୟାକ୍ସ ଭରିବାକୁ ପଡ଼ିବ।

ବର୍ତ୍ତମାନ ଷ୍ଟାଣ୍ଟାର୍ଡ ଡିଡକସନ୍ ସୀମାକୁ ୫୦ ହଜାରରୁ ୭୫ ହଜାରକୁ ବୃଦ୍ଧି କରାଯାଇଛି। ସେହିପରି ୧୦ରୁ ୧୨ ଲକ୍ଷ ଆୟ ଉପରେ ୧୫ ପ୍ରତିଶତ ଟ୍ୟାକ୍ସ, ୧୨ରୁ ୧୫ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ। ତେବେ ୧୫ ଲକ୍ଷରୁ ଅଧିକ ଟଙ୍କାର ଆୟ ଉପରେ ୩୦ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।

ଅନ୍ୟପଟେ, ବଜେଟରେ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ, ଯାହା ଯୁବବର୍ଗଙ୍କ ପାଇଁ ଆଶାର ଆଲୋକ ପାଲଟିଛି। କମ୍ପାନୀରେ ୧ କୋଟି ଯୁବବର୍ଗଙ୍କୁ ଇଣ୍ଟନସିପର ଅବସର ପ୍ରଦାନ କରିବାକୁ ସରକାର ଯୋଜନା ଆରମ୍ଭ କରିବେ। ଯେଉଁଥିରେ ୫ ହଜାର ଟଙ୍କାର ମାସିକ ଇଣ୍ଟନସିପ୍ ଭତ୍ତା ପ୍ରଦାନ କରାଯିବ। ଏଥିସହ ୬ ହଜାର ଟଙ୍କାର ସହାୟତା ସରକାର ପ୍ରଦାନ କରିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଅଭିଭାଷଣରେ କହିଛନ୍ତି। ଏହା ସହ ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି। ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା ହୋଇଛି।

Leave A Reply

Your email address will not be published.