ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ପ୍ରଶ୍ନକାଳ ଆରମ୍ଭରୁ ଗୃହ ମୁଲତବି
ଓଏଲ୍ ବ୍ୟୁରୋ: ଜୁଲାଇ ୨୨ରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନର ଦ୍ୱିତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅଙ୍କ ମାଡ଼ ଅଭିଯୋଗକୁ ନେଇ ବିଜେଡି ନାରାବାଜି କରିଛି। ଏହା ପରେ ଦିନ ସାଢ଼େ ୧୧ ଯାଏଁ ବାଚସ୍ପତି ଗୃହ ମୁଲତବି ରଖିଛନ୍ତି।