Odisha Link
Bridging the Missing Links in Odisha

ଆସ୍ଥା ଭୋଟ ହାରିଲେ ଫୁଲବାଣୀ ପୌରାଧ୍ୟକ୍ଷା, ଆଗତ ହେଲା ଅନାସ୍ଥା ପ୍ରସ୍ତାବ

ଓଏଲ୍ ବ୍ୟୁରୋ: ଫୁଲବାଣୀ ପୌରପରିଷଦର ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ଆସ୍ଥା ଭୋଟରେ ପରାଜୟ ବରଣ କରିଛନ୍ତି। ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି। ଆଜି ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ମତଦାନରେ ଅଂଶଗ୍ରହଣ କରିଥିଲେ। ୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇ ଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଥିଲା। ଅନାସ୍ଥା ସପକ୍ଷରେ ୭ ବିଜେଡି, ୨ ବିଜେପି, ୨ ସ୍ବାଧୀନ କାଉନସିଲରଙ୍କ ଭୋଟ ଦେଇଛନ୍ତି।

ସୂଚନାଯୋଗ୍ୟ, ସ୍ମିତାରାଣୀ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ପୌରାଧ୍ୟକ୍ଷା ହୋଇଥିଲେ। ବର୍ତ୍ତମାନ ଫୁଲବାଣୀ ପୌର ପରିଷଦରେ ବିଜେଡିର ୭ ଜଣ କାଉନସିଲର ଥିବା ବେଳେ ବିଜେପିର ୪ ଜଣ ଅଛନ୍ତି। ଦୁଇ ସ୍ବାଧୀନ କାଉନସିଲର ବିଜେଡିକୁ ସମର୍ଥନ ଦେଉଛନ୍ତି। ଗତ ଏପ୍ରିଲ ୧୦ ତାରିଖରେ ବିଜେଡିର ୭, ବିଜେପିର ଦୁଇ ଓ ଦୁଇ ସ୍ବାଧୀନ କାଉନସିଲରଙ୍କୁ ମିଶାଇ ସମୁଦାୟ ୧୧ ଜଣ ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଥିଲେ। ଏ ନେଇ ବୈଠକ ପୂର୍ବରୁ ଦୁଇ ଥର ବିଭିନ୍ନ କାରଣରୁ ବାତିଲ ହୋଇ ଶେଷରେ ଆଜି ଅନାସ୍ଥା ଉପରେ ଆଲୋଚନା ସହ ମତଦାନ ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.