Odisha Link
Bridging the Missing Links in Odisha

ଗୃହରେ ଅଚଳାବସ୍ଥା, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଓଏଲ୍ ବ୍ୟୁରୋ: ଜୁଲାଇ ୨୨ରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନର ତୃତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଟ୍ଟଗୋଳ କାରଣରୁ ଦିନ ୧୨ଟା ଯାଏ ଗୃହକୁ ବାଚସ୍ପତି ସ୍ଥଗିତ ରଖିଛନ୍ତି। ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ଦିନ ୧୨ଟା ଯାଏଁ ଗୃହ ମୁଲତବି କରି ସର୍ବଦଳୀୟ ବୈଠକ ଡାକିଲେ।

Leave A Reply

Your email address will not be published.