ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି
ଓଏଲ୍ ବ୍ୟୁରୋ: ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ ଆଗତ କରିଛନ୍ତି।
ମହିଳା ଓ ଶିଶୁ ବିକାଶ ପାଇଁ ମୋହନ ସରକାର ୧୭,୯୪୨ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସେହିପରି ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ସରକାର। ରାଜ୍ୟରେ ମହିଳାଙ୍କ ପାଇଁ ଆରମ୍ଭ ହେବ ସୁଭଦ୍ରା ଯୋଜନା। ରାଜ୍ୟ ବଜେଟରେ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି ସରକାର।
ସେହିପରି ଆୟୁଷ୍ମାନ ଯୋଜନା ପାଇଁ ୫୦୦ କୋଟି ବ୍ୟୟବରାଦ କରିଛନ୍ତି ସରକାର ବୋଲି ଅର୍ଥମନ୍ତ୍ରୀ ଗୃହରେ ମନ୍ତବ୍ୟ ରଖିଚନ୍ତି।