୨୭ରେ ନୀତି ଆୟୋଗ ବୈଠକ, ଯୋଗ ଦେବେନି ୪ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ନୂଆଦିଲ୍ଲୀରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ରେ ନୂଆଦିଲ୍ଲୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡ଼ିଛି। ଏହି ବୈଠକରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେନି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈଆ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡି, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ବଜେଟକୁ ଅସନ୍ତୋଷ ବ୍ୟକ୍ତ କରି ନୀତି ଆୟୋଗ ବୈଠକରେ ସାମିଲ ହେବାକୁ ମନା କରିଦେଇଛନ୍ତି।