Odisha Link
Bridging the Missing Links in Odisha

ଆସନ୍ତାକାଲି ନୀତି ଆୟୋଗର ବୈଠକ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଏଲ୍‌ ବ୍ୟୁରୋ: ନୂଆଦିଲ୍ଲୀରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡ଼ିଛି।

ଏହି ବୈଠକରେ ୨୦୪୭କୁ ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ। ଯୋଗଦେଇଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିଭିନ୍ନ ପରାମର୍ଶ ରଖିବେ। ବୈଠକରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେନି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈଆ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡି, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ବଜେଟକୁ ଅସନ୍ତୋଷ ବ୍ୟକ୍ତ କରି ନୀତି ଆୟୋଗ ବୈଠକରେ ସାମିଲ ହେବାକୁ ମନା କରିଦେଇଛନ୍ତି।

Leave A Reply

Your email address will not be published.