Odisha Link
Bridging the Missing Links in Odisha

କେବେ ଆରମ୍ଭ ହେବ ସୁଭଦ୍ରା ଯୋଜନା? ସ୍ପଷ୍ଟୀକରଣ ରଖିଲେ ଉପମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ।

ରାଜ୍ୟ ସରକାର ମହିଳାଙ୍କୁ ପ୍ରାଧାନ୍ୟ ଦେଇ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଅଗଷ୍ଟ ୧୫ ସୁଦ୍ଧା ପ୍ରସ୍ତୁତି ଶେଷ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଆବଶ୍ୟକ ମୁତାବକ ଆହୁରି ବ୍ୟୟ ବରାଦ ହେବ ବୋଲି ସେ କହିଛନ୍ତି। ଏହା ସହ ସୁଭଦ୍ରା ଯୋଜନାକୁ ନେଇ ଗୁଜବକୁ ବିଶ୍ୱାସ ନକରିବାକୁ ସେ କହିଛନ୍ତି। ସୁଭଦ୍ରା ଯୋଜନାର ଆବେଦନ ପ୍ରକ୍ରିୟା ସରଳ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନା ଅନୁସାରେ, ଭାରତୀୟ ଜନତା ପାର୍ଟି ନିର୍ବାଚନ ଇସ୍ତାହାରରେ ଘୋଷଣା କରିଥିଲା ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ସୁଭଦ୍ରା ଯୋଜନା ଲାଗୁ କରାଯିବ। ଯାହାକୁ ମଧ୍ୟ ଗ୍ରୀନ୍‌ ସିଗନାଲ୍‌ ମିଳି ସାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୁଭଦ୍ରା ଯୋଜନା ଲାଗୁ କରିବାକୁ ଘୋଷଣା କରିଛନ୍ତି। ଓଡ଼ିଶାରେ ପ୍ରତି ମହିଳାଙ୍କୁ ୫୦ହଜାର ଟଙ୍କାର କ୍ୟାସ ଭାଉଚର ମିଳିବ। ୨ବର୍ଷ ମଧ୍ୟରେ ସେମାନେ ଏହାକୁ ଖର୍ଚ୍ଚ କରିପାରିବେ ବୋଲି ନିର୍ବାଚନୀ ଇସ୍ତାହାରରେ ସୂଚନା ଦିଆଯାଇଥିଲା ।

Leave A Reply

Your email address will not be published.