Odisha Link
Bridging the Missing Links in Odisha

ନୀତି ଆୟୋଗ ବୈଠକ ଆରମ୍ଭ, ଯୋଗ ଦେଲେନି ୭ ରାଜ୍ୟର ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ। ରାଷ୍ଟ୍ରପତି ଭବନର ସଂସ୍କୃତିକ କେନ୍ଦ୍ରରେ ଆରମ୍ଭ ହୋଇଛି ବୈଠକ। ୨୦୪୭ ସୁଦ୍ଧା ବିକଶିତ ଭାରତ ରୋଡ୍‌ ମ୍ୟାପ୍‌ ଉପରେ ଆଲୋଚନା ହେବ। ଏହି ବୈଠକରେ ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ିଦେଲେ ଆଉ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ବୈଠକରେ ସାମିଲ ହୋଇଛନ୍ତି।

ନୀତି ଆୟୋଗ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାମିଲ ହୋଇଛନ୍ତି। ସବୁଠୁ ବଡ଼କଥା ହେଲା ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ମଧ୍ୟ ଯୋଗ ଦେଇଛନ୍ତି।

ନୀତି ଆୟୋଗ ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗ ଦେଇଛନ୍ତି। ତାଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ବୈଠକରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେଉଥିବା ବୈଠକରେ ମୋହନ ମାଝୀ ଓଡ଼ିଶାର ଦାବି ଓ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ।

ନୀତି ଆୟୋଗ ବୈଠକ ପରେ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ମୁଖ୍ୟମନ୍ତ୍ରୀ ଜୁଲାଇ ୨୯ ତାରିଖରେ ଓଡ଼ିଶା ଫେରିବେ ବୋଲି ସୂଚନା ରହିଛି।

Leave A Reply

Your email address will not be published.