Odisha Link
Bridging the Missing Links in Odisha

ଆଳୁ ଦର ଚିନ୍ତା ଭିତରେ ମମତାଙ୍କୁ ଭେଟିଲେ ମୋହନ, ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ଆଳୁ ଦର। ଆଳୁ ସମସ୍ୟାର ସମାଧାନ ପାଇଁ ଗତକାଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ରାଜ୍ୟରେ ସୃଷ୍ଟି ହୋଇଥିବା ଆଳୁ ସମସ୍ୟା ଉପରେ ଆଲୋଚନା କରିଛନ୍ତି।

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୀତି ଆୟୋଗ ବୈଠକ ଶେଷ ହେବା ପରେ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ଆଳୁ ଯୋଗାଣ ସମସ୍ୟା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ଆସିବା ପ୍ରକ୍ରିୟା ସ୍ବାଭାବିକ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.