Odisha Link
Bridging the Missing Links in Odisha

ପ୍ରବଳ ବର୍ଷିବ: ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ

ଓଏଲ୍‌ ବ୍ୟୁରୋ: ଲାଗ୍ୟରେ କିଛି ଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ଜାରି ହୋଇଥିବା ସୂଚନା ଅନୁସାରେ ଆଜି ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାଥାଉକି, ଅନ୍ୟପଟେ ଲଘୁଚାପ ନେଇ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆରସି) ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଲଘୁଚାପ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ। ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

Leave A Reply

Your email address will not be published.