ବଜେଟକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, ବିଧାନସଭାରେ ରଖିଲେ ବିବୃତି
![](https://www.odishalink.com/wp-content/uploads/2024/07/IMG_20240729_170332.jpg)
ଓଏଲ୍ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଆଜି ଷଷ୍ଠ ଦିନ। ଗୃହକାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ଆଲୋଚନା ଜାରି ରହିଥିଲା। ବର୍ତ୍ତମାନ ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିବୃତି ପରେ ଚର୍ଚ୍ଚା ସୃଷ୍ଟି ହୋଇଛି। ବଜେଟ୍ ଆଲୋଚନା ବେଳେ ସରକାରଙ୍କୁ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି।
ସେ କହିଛନ୍ତି, ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର। ବିଜେଡି ସରକାରର ୮୦ ପ୍ରତିଶତରୁ ଅଧିକ ଯୋଜନା ଆପଣେଇଛନ୍ତି ନୂଆ ସରକାର। ବାକି ୨୦ ପ୍ରତିଶତ ସରକାର ପ୍ରତିଶ୍ରୁତି ଉପରେ କହୁଛନ୍ତି। ସୁଭଦ୍ରା ପାଇଁ ୧ ଲକ୍ଷ କୋଟି ଦରକାର, ବଜେଟରେ ଅଛି ୧୦ ହଜାର କୋଟି। ଜୁଲାଇରୁ ଲୋକେ ମାଗଣା ବିଜୁଳି ବିଲ୍ ଅପେକ୍ଷାରେ ଅଛନ୍ତି ବୋଲି ନବୀନ ପଟ୍ଟନାୟକ କହିଛନ୍ତି।
ଅନ୍ୟପଟେ, ସୋମବାର ପୂର୍ବାହ୍ନରେ ଗୃହରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଥିଲା କଂଗ୍ରେସ। ଏହା ପରେ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରାଯାଇଛି। ସବୁ ନୋଟିସ ଉପରେ ଆଲୋଚନା କରି କହିବି ବୋଲି ବାଚସ୍ପତି କହିଛନ୍ତି। ବାଚସ୍ପତିଙ୍କ ବିବୃତି ପରେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ କାରଣରୁ ଗୃହ ମୁଲତବି ଘୋଷଣା କରାଯାଇଥିଲା।