Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଏଭଳି ସ୍ଥିତିରେ ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି। ୭ ତାରିଖ ବେଳକୁ ବର୍ଷାର ପରିମାଣ ଆହୁରି ବଢିବ। ବୁଧବାର ରାଜ୍ୟର କେତେକ ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଏଥିପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି।

ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ। ଏହି ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

Leave A Reply

Your email address will not be published.