ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢ଼ାଉ

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବାବୁ ଜଣକ ହେଉଛନ୍ତି ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ରେଡ୍ କରିଛି।