Odisha Link
Bridging the Missing Links in Odisha

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ନୀତି ପରେ ମହାସ୍ନାନ କରାଯାଇ ଦର୍ଶନ ଆରମ୍ଭ ହେବ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

Leave A Reply

Your email address will not be published.