ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା, ୭ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ
![](https://www.odishalink.com/wp-content/uploads/2024/04/rain-750x430.jpg)
ଓଏଲ୍ ବ୍ୟୁରୋ: ଉତ୍ତର ଓଡ଼ିଶା ବାୟୁ ମଣ୍ଡଳ ଉପରି ଭାଗରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର। ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।