ବିଧାନସଭା: ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବୀ

ଓଏଲ୍ ବ୍ୟୁରୋ: ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଗୃହ କାର୍ଯ୍ୟ ଆରମ୍ଭରେ ପୂର୍ବତନ ବିଧାୟକ ସୁନ୍ଦର ମୋହନ ମାଝୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ଏହାକୁ ସମର୍ଥନ କରିଥିଲେ। ପରେ ପ୍ରଶ୍ନକାଳ ଆରମ୍ଭ ହେବାରୁ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ଯାହାଫଳରେ ୧୧ଟା ୪୧ ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି। ଏବେ ପୁଣିଥରେ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
କଲେଜ ନିର୍ବାଚନ ଦାବି କରି ସ୍ଲୋଗାନ ଦେବା ସହ ହୋହାଲ୍ଲା କରିଥିଲେ କଂଗ୍ରେସ ବିଧାୟକ। ଅନ୍ୟପଟେ ରାଜ୍ୟପାଳଙ୍କ ପୁଅଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ନବୀନ ପଟ୍ଟନାୟକଙ୍କ ଗିରଫଦାରୀ ଶବ୍ଦକୁ ହଟାଇବା ପାଇଁ ନିଜ ସିଟ୍ରେ ଠିଆ ହୋଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦାବି କରିଥିଲେ। ଯାହାଫଳରେ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଛନ୍ତି।