Odisha Link
Bridging the Missing Links in Odisha

ରାଜ୍ୟସଭା ଉପନିର୍ବାଚନ: ମମତାଙ୍କ ପରେ ନାମାଙ୍କନ ଭରିଲେ ଜଗନ୍ନାଥ

ଓଏଲ୍‌ ବ୍ୟୁରୋ: ରାଜ୍ୟ ରାଜନୀତିରେ ରୋଚକ ଦୃଶ୍ୟ। ଆଜି ପୂର୍ବାହ୍ନରେ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ। ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହନ୍ତ। କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ସବୁଠୁ ବଡ଼କଥା ହେଲା ମମତାଙ୍କ ପରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଲାଗି ରହିଛି।

ଗତକାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ସଂଖ୍ୟା ଦୃଷ୍ଟିରୁ ବିଜେପି ଏହି ସିଟ୍ ଜିତିବା ନିଶ୍ଚିତ । ତେବେ ଆବଶ୍ୟକ ପଡିଲେ ସେପଟେମ୍ବର ୩ରେ ଉପନିର୍ବାଚନ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଥାଉକି, ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ମମତା। ମଙ୍ଗଳବାର ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମମତା ମହାନ୍ତ କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ରହିଛନ୍ତି। ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ।

Leave A Reply

Your email address will not be published.