ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଛି: ମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ। ଏନେଇ ଆଜି ବିଧାନସଭାରେ କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା। ଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି।
ବିଭାଗୀୟ ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି। ଜିଏସଆଇ ଦ୍ୱାରା ତମ୍ବାପ ଥର ଅନ୍ୱେଷଣ ବେଳେ ସୁନା ସନ୍ଧାନ ମିଳିଛି। ଏହି ଅଞ୍ଚଳରେ ସୁନା ଗଚ୍ଛିତ ଥିବା ଭୂତାତ୍ତ୍ୱିକ ଆକଳନରୁ ଜଣାପଡିଛି। ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।