ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ, ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେଉଛି ସିନ୍ଦୁକ
![](https://www.odishalink.com/wp-content/uploads/2024/08/ratna-750x430.jpg)
ଓଏଲ୍ ବ୍ୟୁରୋ: ଆଜି ପୁଣିଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିଛି। ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତରଣ କରାଯାଉଛି। ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯିବ। ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତର କରିବା ପରେ ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରାଯାଇ ମରାମତି କାର୍ଯ୍ୟ କରାଯିବ।
ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେଉଛି। ଦିନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେଉଛି। ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ଏବଂ ଅବଢ଼ା ମିଳିବ। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ ରୁମ୍କୁ ସ୍ଥାନାନ୍ତର କରାଯାଉଛି।