ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟାରୁ ଜଗା ଦର୍ଶନ ବନ୍ଦ
ଓଏଲ୍ ବ୍ୟୁରୋ: ଆଜି ପୁଣିଥରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତରଣ କରାଯିବ। ଏହାକୁ ନେଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରିବିହାର ମ୍ୟୁଜିୟମ୍ ନିକଟ ଗୃହରେ ସଂରକ୍ଷିତ ରଖାଯିବ। ଆଲମିରା, ସିନ୍ଦୁକଗୁଡ଼ିକୁ ସ୍ଥାନାନ୍ତର କରିବା ପରେ ରତ୍ନଭଣ୍ଡାରର ସ୍ଥିତି ଯାଞ୍ଚ କରାଯାଇ ମରାମତି କାର୍ଯ୍ୟ କରାଯିବ।
ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ। ଦିନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ଏବଂ ଅବଢ଼ା ମିଳିବ। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ ରୁମ୍କୁ ସ୍ଥାନାନ୍ତର କରାଯିବ।