Odisha Link
Bridging the Missing Links in Odisha

ଖୁବଶୀଘ୍ର ‘ସୁଭଦ୍ରା’ ସମିତି, ମହିଳାଙ୍କୁ କେବେଠୁ ମିଳିବ ଟଙ୍କା ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ : ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଯୋଜନାର ଏସ୍‌ଓପି ଜାରି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ବିଧାନସଭାରେ ଏସ୍‌ଓପି ଘୋଷଣା କରିଛନ୍ତି ମୋହନ ଚରଣ ମାଝୀ। ରାଜ୍ୟରେ କ୍ଷମତାସୀନ ବିଜେପି ସରକାରର ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ଗାଇଡଲାଇନକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହି ଘୋଷଣା କରିଛନ୍ତି। ତେବେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ଏବଂ ତଦାରଖ କରିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ଗଠନ କରିବ।

ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନେ ଏହି ଟଙ୍କା ପାଇପାରିବେ। ପ୍ରାୟ ଏକ କୋଟିରୁ ଅଧିକ ମହିଳା ବର୍ଷକୁ ଏହି ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ଚଳିତ ଆର୍ଥିକ ବର୍ଷରୁ ପାଇବେ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ ବୋଲି କହିଛନ୍ତି ମୋହନ ମାଝୀ।

କେମିତି କରିବେ ଆବେଦନ ଜାଣନ୍ତୁ:

ସୁଭଦ୍ରା ଯୋଜନା ପାଇଁ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟରେ ଆବେଦନ କରିହେବ
ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ରରେ ଆବେଦନ କରିହେବ
ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ, ଆବେଦନ କରିହେବ
ସୁଭଦ୍ରା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ

ସୁଭଦ୍ରା ଯୋଜନାରେ କିଏ ହେବେ ଉପକୃତ:

୨୧ରୁ ୬୦ ବର୍ଷର ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା
୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ଯିବ ୫ ହଜାର ଟଙ୍କା
ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା
ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଦିଆଯିବ ଟଙ୍କା
ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଦିଆଯିବ ସହାୟତା ରାଶି
ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ
ହିତାଧିକାରୀଙ୍କୁ ପ୍ରଦାନ କରାଯିବ ସୁଭଦ୍ରା ଡେବିଟ୍‌ କାର୍ଡ

କେଉଁମାନେ ପାଇବେନି ସୁଭଦ୍ରା ସହାୟତା:

ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ପାଇବେନି ସୁଭଦ୍ରା ସହାୟତା
ସରକାରୀ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା
ଆୟକର ପ୍ରଦାନ କରୁଥିବା ମହିଳା ମଧ୍ୟ ସହାୟତା ପାଇବେନି
ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମିଳିବନି
ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମିଳିବନି ‘ସୁଭଦ୍ରା’

Leave A Reply

Your email address will not be published.