Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଓଏଲ୍‌ ବ୍ୟୁରୋ: ପୁଣି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଆଗାମୀ ୪୮ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply

Your email address will not be published.