Odisha Link
Bridging the Missing Links in Odisha

‘୫୦ ହଜାର ଦେବୁ କହିଥିଲୁ, ୫୦ ହଜାର ଦେଉଛୁ’

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ସୂଚନା ଦେଇଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନା ପାଇଁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, ଆବେଦନକାରୀ ଓଡିଶାର ବାସିନ୍ଦା ହୋଇଥିବେ। ବୟସ ୨୧ରୁ ଅଧିକ ୬୦ ବର୍ଷରୁ କମ୍‌ ହୋଇଥିଲେ ସୁଭଦ୍ରା ଯୋଜନା ଆବେଦନ କରିପାରିବେ। ଆଧାରକାର୍ଡରେ ଥିବା ଜନ୍ମ ତାରିଖକୁ ଗ୍ରହଣ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନା ବିକଶିତ ଓଡ଼ିଶାର ମୂଳପିଣ୍ଡ ହେବ। ୭୪ ହଜାର ଅଙ୍ଗନବାଡ଼ି କେନ୍ଦ୍ରରେ ଫର୍ମ ମିଳିବ। ମହିଳାଙ୍କ ପାଖରେ ସରଳ ଭାବରେ ଫର୍ମ ପହଞ୍ଚିବ। ଯୋଜନାର ଦୂରୁପଯୋଗ କଲେ କାର୍ଯ୍ୟାନୁଷ୍ଠାନ। ୧ କୋଟି ୮ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଲାଭ। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରୁ ଆରମ୍ଭ ହେବ। ୫୦ ହଜାର ଦେବୁ କହିଥିଲୁ, ୫୦ ହଜାର ଦେଉଛୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦୃଢୋକ୍ତି ପ୍ରକାଶ କରିଛନ୍ତି।

Leave A Reply

Your email address will not be published.