Odisha Link
Bridging the Missing Links in Odisha

ସୁରୁଖୁରୁରେ ଆରମ୍ଭ ହେଲା ଗୃହ କାର୍ଯ୍ୟ, ବିଧାନସଭାରେ ଚାଲିଛି ପ୍ରଶ୍ନକାଳ

ଓଏଲ୍‌ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ସପ୍ତମ ଦିନ। କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି, ସମବାୟ ବିଭାଗର ପ୍ରଶ୍ନକାଳ ରହିଛି। ବିଧାନସଭା ଅଧିବେଶନର ସପ୍ତମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ହୋଇଛି। ଗତକାଲି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନୋତ୍ତର ଆରମ୍ଭ ହୋଇଥିବାବେଳେ ବିଧାନସଭାରେ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଥିଲା। ସର୍ବଦଳୀୟ ବୈଠକ ପରେ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଥିଲା। ଏସସି, ଏସଟି ଓ ଓବିସିଙ୍କୁ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ପ୍ରଦତ୍ତ ସଂରକ୍ଷଣ ଏବଂ ଜାତିଭିତ୍ତିକ ଜନଗଣନା ଦାବିରେ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ ବିରୋଧୀ।

ବିରୋଧୀ ବିଜେଡି ଓ କଂଗ୍ରେସର ପ୍ରବଳ ହଟ୍ଟଗୋଳ ଯୋଗୁଁ ପ୍ରଶ୍ନକାଳ ଚାଲି ପାରିନଥିଲା ଶୂନ୍ୟକାଳରେ ମଧ୍ୟ ଗୃହରେ ଅଚଳାବସ୍ଥା ଲାଗି ରହିବାରୁ ବାଚସ୍ପତି ସୁରମା ପାଢ଼ୀ ସର୍ବଦଳୀୟ ବୈଠକ ଡାକିଥିଲେ। ସର୍ବଦଳୀୟ ବୈଠକ ପରେ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଥିଲା। ବିଧାୟକମାନେ ନିଜ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟା ସବମିଶନ ମାଧ୍ୟମରେ ଗୃହରେ ଉପସ୍ଥାପିତ କରିଥିଲେ। ଆଜି ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଧାୟକମାନେ ନିଜ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟା ଗୃହରେ ଉପସ୍ଥାପିତ କରୁଛନ୍ତି।

Leave A Reply

Your email address will not be published.