ମାହାଙ୍ଗା ଡବଲ ମର୍ଡର ମାମଲା: ୯ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
![](https://www.odishalink.com/wp-content/uploads/2024/08/mahanga.jpg)
ଓଏଲ୍ ବ୍ୟୁରୋ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ୯ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଘଟଣାରେ ପ୍ରମାଣ ଅଭାବରୁ ଆଉ ଜଣେ ନିର୍ଦୋଷରେ ଖଲାସ ହୋଇଥିବା କୁହାଯାଉଛି। ତେବେ ଏହି ଘଟଣାରେ ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କ ମାମଲା ଏବେ ହାଇକୋର୍ଟରେ ବିଚାରାଧୀନ ଅବସ୍ଥାରେ ରହିଛି।
ସୂଚନାଯୋଗ୍ୟ ଯେ, ୨୦୧୧ ମସିହାରେ ସାଲେପୁର ବିଜେପି ପ୍ରଭାରୀ ତଥା ପୂର୍ବତନ ମାହାଙ୍ଗା ବ୍ଲକ୍ ଅଧ୍ୟକ୍ଷ କୁଳମଣୀ ବରାଳଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏଥିସହ ଦିବ୍ୟସିଂହ ବରାଳଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୋଟିଏ ଦିନରେ ୨ ଜଣଙ୍କୁ ହତ୍ୟା କରାଯାଇଥିଲା।