ଅନୁଗୁଳ: ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
ଓଏଲ୍ ବ୍ୟୁରୋ: ଅନୁଗୁଳ କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ କରିବା ବେଳେ ଅସୁସ୍ଥ ହୋଇଥିବା ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ଅନୁଗୁଳ କିଶୋରନଗର ଥାନା ଧଉରାପାଲି ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କି ଖୋଳିବା କାମରେ ନିୟୋଜିତ ଥିଲେ। ମାତ୍ର କିଛି ସମୟ ପରେ ହଠାତ୍ ସମସ୍ତେ ଅଣନିଶ୍ୱାସୀ ହୋଇ ଅଚେତ ହୋଇ ପଡ଼ିଥିଲେ। ତୁରନ୍ତ ସେଠାରେ ଉପସ୍ଥିତ ଥିବା ଅନ୍ୟମାନେ ୨ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ।