ଖୋର୍ଦ୍ଧା: ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ଓଏଲ୍ ବ୍ୟୁରୋ: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବାର ସମ୍ଭାବନା ଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବର୍ଷା ସହ ବିଭିନ୍ନ ସ୍ଥାନରେ ବଜ୍ରପାତ ହୋଇଥିବା ଖବର ମଧ୍ୟ ସାମ୍ନାକୁ ଆସୁଛି। ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଅଞ୍ଚଳରେ ବିଲରେ କାମ କରୁଥିବାବେଳେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।