Odisha Link
Bridging the Missing Links in Odisha

ଜଗା ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଗୋଟିଏ ଧାଡ଼ିରେ ପ୍ରବେଶ କରିବେନି ମହିଳା ଓ ପୁରୁଷ

ଓଏଲ୍‌ ବ୍ୟୁରୋ: ଆଜି ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ।ଗଜପତି ମହାରାଜା ଦିବ୍ୟ ସିଂହଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ୨୦୨୪-୨୦୨୫ ଆର୍ଥିକ ବର୍ଷର ଶ୍ରୀମନ୍ଦିର ବଜେଟ ଆଗତ କରାଯାଇଛି। ଏହା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୈଠକରେ ମିଳିଥିବା ଅନୁମୋଦନକୁ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା ହେବ।

ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା ଗ୍ରହଣ କରାଯିବ। ବୃଦ୍ଧବୃଦ୍ଧା, ମହିଳାଙ୍କ ପାଇଁ ଅଲଗା ଧାଡ଼ି ବ୍ୟବସ୍ଥା କରାଯିବ। ମହିଳାଙ୍କ ପାଇଁ ଅଲଗା, ପୁରୁଷଙ୍କ ପାଇଁ ଅଲଗା ଧାଡ଼ି କରାଯିବ। ନାଟ ମଣ୍ଡପରେ ଥିବା ଆଲମୀରା କାଢ଼ି ଦିଆଯିବ। ସେବାୟତଙ୍କ ସହ ଆଲୋଚନା କରାଯାଇ ଆଲମୀରା କଢ଼ାଯିବ।

ଶ୍ରୀମନ୍ଦିର ରତ୍ନଭଣ୍ଡାର କବାଟ ସୁନା ଛାଉଣୀ କରାଯିବ। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏଏସ୍‌ଆଇ ମରାମତି କାର୍ଯ୍ୟ ସାରିବା ପରେ ସୁନା ଛାଉଣୀ ହେବ। ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାର କବାଟ ସୁନା ଛାଉଣୀ ହେବ। ସୁନା ଛାଉଣୀ ପ୍ରସ୍ତାବକୁ ପରିଚାଳନା କମିଟି ଅନୁମୋଦନ ଦେଇଛି।

Leave A Reply

Your email address will not be published.