Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ, ୬ଟି ସ୍ଥାନରେ ଚଢ଼ାଉ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ବ୍ଲକ୍‌ ଶିକ୍ଷା ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍‌ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଏକାକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହୋଇଛି।

ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି। ସୂଚନାଥାଉକି, ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।

Leave A Reply

Your email address will not be published.