Odisha Link
Bridging the Missing Links in Odisha

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ

ଓଏଲ୍‌ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ଏକାଦଶ କାର୍ଯ୍ୟ ଦିବସ। ଗୃହ କାର୍ଯ୍ୟ ଆରମ୍ଭରୁ ଅଶ୍ବିନୀ ଗୁରୁଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହା ପରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନୋତ୍ତର ଆରମ୍ଭ ହୋଇଥିବାବେଳେ ବିଧାନସଭାରେ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସୁଭଦ୍ରା ଯୋଜନାକୁ ନେଇ ଗୃହରେ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ହଙ୍ଗାମା, ନାରାବାଜି କରିଛନ୍ତି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ନାରାବାଜି କରିଛନ୍ତି। ବିଧାନସଭାରେ ବିରୋଧୀଙ୍କ ହଂଗାମା କାରଣରୁ ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରଖାଯାଇଛି।

Leave A Reply

Your email address will not be published.